ଶାରୀରିକ ସମ୍ପର୍କ ରକ୍ଷା ପାଇଁ ସ୍ତ୍ରୀ ଅରାଜି ହେବାରୁ ! ସ୍ତ୍ରୀ କୁ ନିସ୍ତୁକ ପିଟି ହାତ ଭାଙ୍ଗିଦେଲା ସ୍ୱାମୀ !


 ସ୍ୱାମୀ-ସ୍ତ୍ରୀର ପବିତ୍ର ସମ୍ପର୍କରେ ପୁଣି ଲାଗିଛି କଳଙ୍କ । ଶାରୀରିକ ସମ୍ପର୍କ ପାଇଁ ମନା କରିବାରୁ ସ୍ତ୍ରୀକୁ ମାଡ଼ ମାରି ହାତ ଭାଙ୍ଗିଦେବା ଭଳି ଏକ ଅମାନୁଷିକ ଘଟଣା ଦେବଗଡ଼ ଜିଲ୍ଲା ରିଆମାଳ ଥାନା ଅନ୍ତର୍ଗତ ତାରଙ୍ଗ ଗ୍ରାମରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ଘଟଣାରେ ପୁଲିସ ଅଭିଯୁକ୍ତ ସ୍ୱାମୀ ହେମନ୍ତ ବସନ୍ତରାକୁ ଗିରଫ କରି କୋର୍ଟ ଚାଲାଣ କରିଛି । ପୁଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଅଭିଯୁକ୍ତ ହେମନ୍ତ ପ୍ରତ୍ୟହ ନିଶାସକ୍ତ ଅବସ୍ଥାରେ ଘରକୁ ଫେରି ସ୍ତ୍ରୀଙ୍କୁ ଗାଳିଗୁଲଜ କରିବା ସହ ହତ୍ୟା ଧମକ ଦେଇଥାନ୍ତି। ଗତ ୫ ତାରିଖ ମଧ୍ୟାହ୍ନ ପ୍ରାୟ ୧୨:୩୦ ସମୟରେ, ହେମନ୍ତଙ୍କ ସ୍ତ୍ରୀ ଠାକୁର ପୂଜା ସାରି ଘରେ ଥିବା ବେଳେ ହେମନ୍ତ ନିଶାଗ୍ରସ୍ତ ଅବସ୍ଥାରେ ତାଙ୍କୁ ଜବରଦସ୍ତି ଶାରୀରିକ ସମ୍ପର୍କ ରଖିବା ପାଇଁ ବାଧ୍ୟ କରିଥିଲେ । ମାତ୍ର ସ୍ତ୍ରୀ ଏଥିରେ ଅନିଚ୍ଛା ପ୍ରକାଶ କରିବାରୁ ହେମନ୍ତ ଉତକ୍ଷିପ୍ତ ହୋଇ ତାଙ୍କୁ ନିସ୍ତୁକ ମାଡ଼ ମାରିଥିଲେ । ଏହି ସମୟରେ ହେମନ୍ତ ସ୍ତ୍ରୀଙ୍କୁ ପଛକୁ ଠେଲି ଦେବାରୁ ସେ କାନ୍ଥରେ ପିଟି ହୋଇଯାଇଥିଲେ, ଯାହାଫଳରେ ତାଙ୍କର ଏକ ହାତ ଭାଙ୍ଗି ଯାଇଥିଲା । ଗୁରୁତର ଅବସ୍ଥାରେ ସ୍ତ୍ରୀ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ରିଆମାଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ ।ଅଭିଯୋଗକୁ ଭିତ୍ତି କରି ପୁଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଅଭିଯୁକ୍ତ ହେମନ୍ତକୁ ଗିରଫ କରିଛି । ଆଜି ତାକୁ କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି ।


ରିପୋର୍ଟ :- ପିଙ୍କୁନ ଜେନା 

ଜନତା ଜାଗରଣ 


#ରିଆମାଳ

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike