ଗଞ୍ଜାମ ଜିଲ୍ଲା ଧରାକୋଟ ରେ ଜନ ଗଣନା ତାଲିମ ଶିବିର l

 


ଆସିକା;(୨୩/୩/୨୬ )(ଗଣେଶ ପାଣିଗ୍ରାହୀ ରିପୋର୍ଟ)ଧରାକୋଟ ବ୍ଲକର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ବରଡାବିଲି ଠାରେ ଜନଗଣନା କାରି ଓ ପରିଦର୍ଶକ ମାନଙ୍କ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଚାର୍ଜ ଅଫିସର ଭାବରେ ତହସିଲଦାର ଲମ୍ବୋଦର ମାରାଣ୍ଡି, ଅତିରିକ୍ତ ତହସିଲଦାର ଗଣେଶ ଦଳାଇ,ଏ ବି ଡି ଓ ସୁଶିଲ ପଟନାୟକ ଉପସ୍ଥିତ ରହିଥିବା ବେଳେ ମାଷ୍ଟର ଟ୍ରେନର ଭାବରେ ଏ ବି ଇ ଓ ସୌରୀ ଶଙ୍କର ବେହେରା,ପ୍ରଧାନ ଶିକ୍ଷକ ବିରୁପାକ୍ଷ ପରିଡ଼ା,ହରେକୃଷ୍ଣ ଖଣ୍ଡୁଆଳ 284 ଜଣଙ୍କୁ ତାଲିମ ପ୍ରଦାନ କରିବେ । ତିନୋଟି ପର୍ଯ୍ୟାୟରେ ଏହି ତାଲିମ ପ୍ରଦାନ କରାଯିବ । ଜନ ଗଣନା ସମୟରେ ଠିକ ଓ ନିର୍ଭୁଲ ଭାବରେ ତଥ୍ୟ ସଂଗ୍ରହ ଉପରେ ସମସ୍ତଙ୍କୁ ସଚେତନ କରାଯାଇଥିଲା । ଆସନ୍ତା ଏପ୍ରିଲ 16 ତାରିଖରୁ ଏହି ଜନ ଗଣନା କାର୍ଯ୍ୟ ଆରମ୍ଭ ହେବ । ଏହି ଶିବିରରେ ବରିଷ୍ଠ ଶିକ୍ଷକ ସନ୍ତୋଷ କୁମାର ପାତ୍ର, ଧୋବା ପ୍ରଧାନ ଙ୍କ ସମେତ ଅନ୍ୟାନ୍ୟ ଶିକ୍ଷକ ଓ ତହସିଲ କର୍ମଚାରୀ ସହଯୋଗ ପ୍ରଦାନ କରିଥିଲେ । 


ରିପୋର୍ଟ :- ଗଣେଶ ପାଣିଗ୍ରାହୀ 

ଜନତା ଜାଗରଣ 


#Ganjam

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike