ବିରିୟାନୀ କୁ ବାସି କହିବାରୁ ମାଡ଼ !


 ଜଗତସିଂହପୁର : ବାସି ବିରିୟାନୀ କହିବାରୁ ଗ୍ରାହକଙ୍କୁ ନିର୍ଦ୍ଧୁମ ମାଡ ମାରିଥିବା ଅଭିଯୋଗ ହୋଇଛି । ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅଞ୍ଚଳରେ ବିରିୟାନୀକୁ ବାସି କହିବାରୁ ଗ୍ରାହକଙ୍କୁ ନିର୍ଘାତ ମାଡ଼ ମାରିଛନ୍ତି ହୋଟେଲ କର୍ମଚାରୀ । ଆକ୍ରମଣ କରି ତାଙ୍କୁ କଟକ ପାରାଦୀପ ଜାତୀୟ ରାଜପଥରେ ଅଭିଯୁକ୍ତ ମାନେ ଫୋପାଡ଼ି ଦେଇଥିବା କୁଜଙ୍ଗ ଥାନାରେ ଲିଖିତ ଅଭିଯୋଗ ହୋଇଛି । ଏହାକୁ ପ୍ରତିବାଦ କରି ଘଣ୍ଟା ଘଣ୍ଟା ଧରି ରାସ୍ତା ଅବରୋଧ କରିଥିଲେ ଅଞ୍ଚଳବାସୀ । ଅଭିଯୋଗ ଅନୁଯାଇ, ଜୟସଂଖପୁର ଗାଁର ସଞ୍ଜୟ ମାଝୀ ୧୫ ନମ୍ବର ପାଖରେ ଥିବା ଏକ ହୋଟେଲକୁ ବିରିୟାନୀ ଖାଇବାକୁ ଯାଇଥିଲେ । ବିରିୟାନୀ ବାସି ଗନ୍ଧ ହେବାରୁ ହୋଟେଲ କର୍ମଚାରୀଙ୍କୁ ଅଭିଯୋଗ କରିଥିଲେ । ଓଲଟା ହୋଟେଲ କର୍ମଚାରୀ ତାଙ୍କୁ ଗାଳି କରିଥିଲେ, ସଞ୍ଜୟ ଏହାକୁ ପ୍ରତିବାଦ କରିବାରୁ ହୋଟେଲ କର୍ମଚାରୀ ମିଳିତ ଭାବେ ଭୁଜାଲିରେ ଆକ୍ରମଣ କରି ଲହୁଲୁହାଣ କରି କଟକ ପାରାଦୀପ ମୁଖ୍ୟ ରାସ୍ତାରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଫୋପାଡ଼ି ଦେଇଥିଲେ । ଥାନାରେ ଅଭିୟୋଗ ପରେ ହୋଟେଲର ସିସିଟିଭି ଯାଞ୍ଚ କରିବା ସହ ତଦନ୍ତ ଜାରି ରଖିଛି ପୋଲିସ । ଅନ୍ୟପଟେ ଆହତ ସଞ୍ଜୟଙ୍କୁ ପ୍ରଥମେ କୁଜଙ୍ଗ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି ।


ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 

ଜନତା ଜାଗରଣ 


#Jagatsinghpur #Biriyani

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike