ଗଞ୍ଜାମ ଜିଲ୍ଲା ସୋରଡ଼ା: ବାଇକ ଧକ୍କାରେ ବୃଦ୍ଧ ଚାଷୀଙ୍କ ମୃତ୍ୟୁ !


 ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅନ୍ତର୍ଗତ ତତାବଲି ଗ୍ରାମ ନିକଟରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ଜଣେ ବୃଦ୍ଧ ଚାଷୀଙ୍କ ମୃତ୍ୟୁ ଘଟିଛି ।ସୂଚନା ଅନୁଯାୟୀ, ଲକ୍ଷ୍ମୀପୁର ଗ୍ରାମର ପ୍ରାୟ ୬୦ ବର୍ଷୀୟ ବନମାଳୀ ଗୌଡ଼ କ୍ଷେତରେ ଚାଷ କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଆସୁଥିବା ଏକ ବାଇକ ତାଙ୍କୁ ଧକ୍କା ଦେଇଥିଲା। ଧକ୍କାରେ ସେ ରାସ୍ତାରେ ପଡ଼ିଯାଇ ମୁଣ୍ଡରେ ଗୁରୁତର ଆଘାତ ପାଇଥିଲେ।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକମାନେ ତୁରନ୍ତ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ସୋରଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ସେଠାରେ କର୍ତ୍ତବ୍ୟରତ ଡାକ୍ତର ବନମାଳୀ ଗୌଡ଼ଙ୍କୁ ମୃତ ଘୋଷଣା କରିଥିଲେ।

ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।

ରିପୋର୍ଟ: ଗଣେଶ ପାଣିଗ୍ରାହୀ

ଜନତା ଜାଗରଣ 


#Ganjam #FarmerDeath

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike