କନ୍ଧମାଳ ଜିଲ୍ଲା ରୁ ଅନ୍ତଃ ରାଜ୍ୟ ଗଂଜେଇ ମାଫିଆ ଗିରଫ ! #Kandhmal #Baliguda


ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପୋଲିସ ୫୯ ନଂ.ଜାତୀୟ ରାଜପଥ ସୀତାପଡ଼ି ଗ୍ରାମ ନିକଟରେ ମଙ୍ଗଳବାର ପାଟ୍ରୋଲିଂ କରୁଥିବା ସମୟରେ ଏକ ଟୟୋଟା କାର କୁ ଅଟକାଇ ତଲାସି କରିବା ସମୟରେ ସେଥିରୁ ୨୩ କିଲୋଗ୍ରାମ ଗଞ୍ଜେଇ ଜବତ କରାଯାଇଛି । ଏହି କାର ରେ ବିହାର ଅଭିମୁଖେ ଗଞ୍ଜେଇ ଚାଲାଣ କରାଯାଉଥିବା ବେଳେ ତିନି ଜଣ ଅଭିଯୁକ୍ତ ଙ୍କୁ ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତ ମାନେ ଉତ୍ତର ପ୍ରଦେଶର ମିର୍ଜାପୁର ଜିଲ୍ଲାର ପପୁ ରସ୍ତୋଗୀ , ଆଚ୍ଛେ ଲାଲ ସରୋଜ, ସନ୍ଦୀପ କୁମାର ପ୍ରଜାପତି ବୋଲି ପୋଲିସ ପ୍ରକାଶ କରିଛି । ପୋଲିସ ଜବତ କରିଥିବା ଟୟୋଟା କାର ସହ ୨୩ କେଜି ଗଞ୍ଜେଇକୁ ଜବତ କରିଥିବା ବେଳେ ଏହି ଘଟଣାରେ ବାଲିଗୁଡ଼ା ଥାନାରେ କେସ ନଂ-୧୪୩/୨୦୨୬ ରୁଜୁ କରି ଏହି ଗଞ୍ଜେଇ ଚାଲାଣ ସହ ଅନ୍ୟ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ ସେନେଇ ତଦନ୍ତ ଚଳାଇଥିବା ବିଷୟ ଥାନା ଅଧିକାରୀ ଶିବ ଶଙ୍କର ସିଂ ପ୍ରକାଶ କରିଛନ୍ତି । ଗଣେଶ ପାଣିଗ୍ରାହୀ ରିପୋର୍ଟ


ଜନତା ଜାଗରଣ 


#Kandhamal #Baliguda #Ganja

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike