ଭୁବନେଶ୍ୱର : ସ୍ୱାସ୍ଥ୍ୟ ବିଭାଗ ଆକ୍ସନ ଚିଠିକୁ ଜୁନିୟର ଡାକ୍ତର ଆସୋସିଏସନ୍‌ର ବିରୋଧ ! ଜୁନିୟର ଡାକ୍ତର ଆସୋସିଏସନ୍‌ ସଭାପତି ଚିନ୍ମୟ ପ୍ରଧାନଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ସରକାର ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶନାମା ପ୍ରତ୍ୟାହାର କରନ୍ତୁ ! ନଚେତ୍‌ ଆସନ୍ତାକାଲିଠାରୁ ୧ ଘଣ୍ଟା ଓପିଡିରେ ଚିକିତ୍ସା ସେବା ବନ୍ଦ ରହିବ। ଜୁନିୟର ଡାକ୍ତରଙ୍କ ଆନ୍ଦୋଳନରେ ପିଜି ଛାତ୍ରଛାତ୍ରୀ ମଧ୍ୟ ସାମିଲ ହେବା ନେଇ ମିଳୁଛି ସୂଚନା ! OMSA ଆନ୍ଦୋଳନରେ ସାମିଲହେଲେ ଡାକ୍ତରଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆ ଯାଇଥିବା ବେଳେ ! ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ କରିବାକୁ ଚିଠି ହୋଇଛି । ରାଜ୍ୟର ସବୁ ମେଡିକାଲ୍ କଲେଜ ଓ ହସ୍‌ପିଟାଲ୍‌, ସିଡିଏମ ଓ ପିଏଚ୍‌ଓଙ୍କୁ ଚିଠି କରାଯାଇଛି । ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Bbsr #OMSA


 

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike