ଓଲଟିଲା OSRTC ବସ !

ଓଲଟିଲା OSRTC ବସ୍ , ୩୦ ଆହତ । ଅନୁଗୁଳ କଣିହାଁ ୧୪୯ ନଂ NH ବୁରୁକୁନା ଛକ ନିକଟରେ ଦୁର୍ଘଟଣା ଘଟିଛି । ବସଟି ସୁନ୍ଦରଗଡ଼ରୁ ପୁରୀ ଅଭିମୁଖେ ଯାଉଥିବାବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା । ୩୦ ଆହତଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସମସ୍ତ ଆହତ ଙ୍କୁ ଖମାର ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ସମଲ ପୋଲିସର ତଦନ୍ତ ଜାରି ରହିଛି ।  

ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 
ଜନତା ଜାଗରଣ 

#odisha #OSRTC

Comments

Popular Posts

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଅନ୍ତର୍ଗତ ଅରଖକୁଦା ଏବଂ ସାନ ପାଟଣା ଗ୍ରାମ ରେ ପଶିଲା ଚିଲିକା ପାଣି ! ଉଚ୍ଚ ଜୁଆର ଏବଂ ପ୍ରବଳ ପବନ ହେତୁ ଅନେକ ଡ଼ଙ୍ଗା ବୁଡି ଯାଇଥିବା ବେଳେ ଆଉ କେତେକ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #Brahmagiri #Arakhakuda

ମାଲକାନଗିରି: ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଉପରେ ମାଟି ଓ ବଡ଼ ବଡ଼ ଗଛ ପଡି ଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ#Malkangiri #Landslide #Bayapada #Manabkonda #OdishaRain

ଲୋୟର ପିଏମଜି ରେ କଂଗ୍ରେସ ର ବିକ୍ଷୋଭ ବେଳେ ପୋଲିସ ସହ ଠେଲା ପେଲା ! MMDR ବିଲ କୁ ବିରୋଧ ଏବଂ ଗଣଶିକ୍ଷା ମନ୍ତ୍ରୀ ଙ୍କ ଇସ୍ତଫା ଦାବି ରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ଜଣା ପଡିଛି ।ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ ଜନତା ଜାଗରଣ #LowerPMG #Congress #Strike