ସମୁଦ୍ରରୁ ସ୍ଥଳଭାଗ ମୁହାଁ ଅତି ଭୀଷଣ ବାତ୍ୟା ଅର୍ଣ୍ଣବ !

ଭୁବନେଶ୍ୱର : ସମୁଦ୍ରରୁ ସ୍ଥଳଭାଗ ମୁହାଁ ଅତି ଭୀଷଣ ବାତ୍ୟା ଅର୍ଣ୍ଣବ !
ଗୋପାଳପୁର ଠାରୁ ଦକ୍ଷିଣରେ ୩୭୦ କିମି ଦୂରରେ ଅର୍ଣ୍ଣବ ଥିବା ବେଳେ ବିଶାଖାପାଟଣା ଠାରୁ ଦକ୍ଷିଣପୂର୍ବର ୨୨୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ୨୦ କିମି ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଆଗକୁ ବଢୁଛି । ଆଜି ସନ୍ଧ୍ୟା ପର୍ଯ୍ୟନ୍ତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଏବଂ ଏହାପରେ ଉତ୍ତରପଶ୍ଚିମ ମୁହାଁ ହୋଇ ଆନ୍ଧ୍ର ଓ ୟାନମ ଉପକୂଳକୁ ଆସିବ । କାଲି ପୂର୍ବାହ୍ନରେ ବାପଟଲା ଓ ବିଶାଖାପାଟଣା ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବା ନେଇ ଆଶଙ୍କା କରାଯାଉଥିବା ବେଳେ ଲ୍ୟାଣ୍ଡଫଲ୍‌ ବେଳେ ପବନର ବେଗ ୧୨୫ ରୁ ୧୩୫ କିମି ରହିବା ନେଇ ଅନୁମାନ କରାଯାଉଛି । ଝଟ୍‌କା ଦେଉଥିବା ପବନର ବେଗ ୧୫୦ କିମି ପର୍ଯ୍ୟନ୍ତ ଛୁଇଁବ ବୋଲି ଆକଳନ କରାଯାଇଛି ।

ରିପୋର୍ଟ :- ଶାଶ୍ୱତ ପଟ୍ଟନାୟକ 
ଜନତା ଜାଗରଣ 

#CycloneArnab #SevereCyclonicStorm

Comments